ମାର୍ଚ୍ଚ ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ – ଆଇନ ମନ୍ତ୍ରୀ
ଭୁବନେଶ୍ୱର : ମାର୍ଚ୍ଚ ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ କରାଯାଇଥଲା। ବୁଧବାରଠୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ରତ୍ନଭଣ୍ଡାରେ ଫାଟ ସ୍ଥାନରେ କେମିକାଲ ଟିମ୍ କେମିକାଲ ପ୍ରଲେପ ଦେବା କାମ କରିବ । ପରେ ଚଟାଣରେ ରହିଥିବା ପ୍ଲାଷ୍ଟରକୁ ଛଡ଼ାଇ ଗ୍ରାନାଇଟ୍ ପଥର ପକାଯିବ । ଭିତର ଭଣ୍ଡାର ଦକ୍ଷିଣ ପାଶ୍ୱର୍ର ଗ୍ରିଲ […]
ଭୁବନେଶ୍ୱର : ମାର୍ଚ୍ଚ ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ କରାଯାଇଥଲା। ବୁଧବାରଠୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ରତ୍ନଭଣ୍ଡାରେ ଫାଟ ସ୍ଥାନରେ କେମିକାଲ ଟିମ୍ କେମିକାଲ ପ୍ରଲେପ ଦେବା କାମ କରିବ । ପରେ ଚଟାଣରେ ରହିଥିବା ପ୍ଲାଷ୍ଟରକୁ ଛଡ଼ାଇ ଗ୍ରାନାଇଟ୍ ପଥର ପକାଯିବ । ଭିତର ଭଣ୍ଡାର ଦକ୍ଷିଣ ପାଶ୍ୱର୍ର ଗ୍ରିଲ ଉପରେ ରହିଥିବା ବିମ୍କୁ ବଦାଇ ଦିଆଯିବ । ମରାମତି ସରିବା ପରେ ଗଣତିମଣତି ଆରମ୍ଭ ହେବ ବୋଲି ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି।
ସେହିପରି ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ। ଏଥିଲାଗି ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ, ସେ ନେଇ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ଆଉ ପରୀକ୍ଷା ମୂଳକ ନୁହେଁ, ସିଧାସଳଖ କାର୍ଯ୍ୟକାରୀ ହେବ। ବଡ଼ଦେଉଳର ନାଟମଣ୍ଡପରେ ଜଗା ଦର୍ଶନ ହେବ ସହଜ। ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।




