ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ
ଭୁବନେଶ୍ୱର : ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ନିଯୁକ୍ତି ସୁଯୋଗ । ଏନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସ ସୀମାରେ କୋହଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ଦ୍ଧାରିତ ବୟସ ସୀମା ୩ ବର୍ଷ କୋହଳ ହୋଇଥିବା ବେଳେ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ପ୍ରକାଶ ପାଇଥିବା ସୂଚନା ଅନୁସାରେ, ରାଜ୍ୟରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ୱାରା ପୂରଣ ହେଉଥିବା ଓଡ଼ିଶାର ୟୁନିଫର୍ମ ସେବା […]
ଭୁବନେଶ୍ୱର : ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ନିଯୁକ୍ତି ସୁଯୋଗ । ଏନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସ ସୀମାରେ କୋହଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ଦ୍ଧାରିତ ବୟସ ସୀମା ୩ ବର୍ଷ କୋହଳ ହୋଇଥିବା ବେଳେ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ ।
ପ୍ରକାଶ ପାଇଥିବା ସୂଚନା ଅନୁସାରେ, ରାଜ୍ୟରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ୱାରା ପୂରଣ ହେଉଥିବା ଓଡ଼ିଶାର ୟୁନିଫର୍ମ ସେବା ଅର୍ଥାତ୍ ପୁଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ। ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଥିବା ସଂରକ୍ଷଣ ବ୍ୟବସ୍ଥା ସହିତ ଅଗ୍ନିବୀରଙ୍କ ପାଇଁ ଅତିରିକ୍ତ ୧୦ ପ୍ରତିଶତ ସଂରକ୍ଷଣ ରହିବ । ଯେଉଁମାନେ ଅଗ୍ନିପଥ ଯୋଜନା ଅଧିନରେ ଅଗ୍ନିବୀରେ ଚାରି ବର୍ଷ ପୂରଣ କରିଥିବେ ସେମାନେ ଏହାର ଲାଭ ଉଠାଇ ପାରିବେ ।
ସେହିପରି ରାଜ୍ୟର ‘ଗ’ ଓ ‘ଘ’ ବର୍ଗର ୟୁନିଫର୍ମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ଲାଗି ନିର୍ଦ୍ଧାରିତ ବୟସ ସୀମାକୁ ୩ ବର୍ଷ କୋହଳ କରାଯି ବ। ଏଥିସହ ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ।




