ଆଇଏଏସ୍‌ ସ୍ତରରେ ଅଦଳବଦଳ : ନିକୁଞ୍ଜ ବିହାରୀ ଧଳ ହେଲେ ନୂଆ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‍ ସ୍ତରରେ ଅଦଳ ବଦଳ କରିଛନ୍ତି । ସେହି ଅନୁସାରେ ୧୯୯୩ ବ୍ୟାଚ୍ ଆଇଏଏସ ଅଧିକାରୀ ନିକୁଞ୍ଜବିହାରୀ ଦଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି। ନିକୁଞ୍ଜବିହାରୀ ଧଳଙ୍କୁ ସୁଶୀଲ କୁମାର ଲୋହାନୀଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ସୁଶୀଲ କୁମାର ଲୋହାନୀ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‍ ସ୍ତରରେ ଅଦଳ ବଦଳ କରିଛନ୍ତି । ସେହି ଅନୁସାରେ ୧୯୯୩ ବ୍ୟାଚ୍ ଆଇଏଏସ ଅଧିକାରୀ ନିକୁଞ୍ଜବିହାରୀ ଦଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି। ନିକୁଞ୍ଜବିହାରୀ ଧଳଙ୍କୁ ସୁଶୀଲ କୁମାର ଲୋହାନୀଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେହିପରି ସୁଶୀଲ କୁମାର ଲୋହାନୀ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଲୋହାନୀ । ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ଭାବେ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେ ମଧ୍ୟଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଏସିଏସ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

Tags: