ଭୂମିହୀନଙ୍କୁ ପଟ୍ଟା ଦେବ ରାଜସ୍ବ ବିଭାଗ – ରାଜସ୍ବମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ରହିବେନାହିଁ ଭୂମିହୀନ। ନିଜ ଅଞ୍ଚଳରେ ଥିବା ଭୂମିହୀନଙ୍କୁ ଚିହ୍ନଟ କରି ପଟ୍ଟା ଦେବେ ସ୍ଥାନୀୟ ତହସିଲଦାର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତାବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ପଟ୍ଟା ଯୋଗାଇ ଦେବେ ରାଜସ୍ୱ ବିଭାଗ । ଖାଲି ଗରିବ ଭୂମିହୀନ ନୁହେଁ, ସ୍କୁଲଗୁଡିକୁ ମଧ୍ୟ ଜମି ପଟ୍ଟା ଯୋଗାଇ ଦିଆଯିବ। ସ୍କୁଲକୁ […]
ଭୁବନେଶ୍ୱର : ରାଜ୍ୟରେ ରହିବେନାହିଁ ଭୂମିହୀନ। ନିଜ ଅଞ୍ଚଳରେ ଥିବା ଭୂମିହୀନଙ୍କୁ ଚିହ୍ନଟ କରି ପଟ୍ଟା ଦେବେ ସ୍ଥାନୀୟ ତହସିଲଦାର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତାବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ପଟ୍ଟା ଯୋଗାଇ ଦେବେ ରାଜସ୍ୱ ବିଭାଗ ।
ଖାଲି ଗରିବ ଭୂମିହୀନ ନୁହେଁ, ସ୍କୁଲଗୁଡିକୁ ମଧ୍ୟ ଜମି ପଟ୍ଟା ଯୋଗାଇ ଦିଆଯିବ। ସ୍କୁଲକୁ ଯାଇ ପ୍ରଧାନ ଶିକ୍ଷକଙ୍କୁ ପଟ୍ଟା ଦେବେ ତହସିଲଦାର । ଗୋଟିଏ ବର୍ଷ ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ୨୨ ହଜାର ଜମି ପଟ୍ଟା ପ୍ରଦାନ କରାଯାଇଛି । ଶିକ୍ଷାନୁଷ୍ଠାନକୁ ଜଙ୍ଗଲ କିସମ ଜମି ମଧ୍ୟ ପଟ୍ଟା କରି ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।




