ଇ-କେୱାଇସି ନଥିଲେ ଆସନ୍ତାକାଲି ଠାରୁ ଚାଉଳ ବନ୍ଦ

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ଇ-କେୱାଇସି ପାଇଁ ଆଜି ହେଉଛି ଶେଷ ତାରିଖ । ଇ-କେୱାଇସି କରି ନ ଥିଲେ ନ‌ଭେମ୍ବର ପହିଲାରୁ ମିଳିବନି ରାସନ । କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଏଭଳି ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ହେଲେ ଚଳିତ ମାସ ୨୯ ତାରିଖ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୫୭ ହଜାର ୨୬୫ ଜଣ ଇ-କେୱାଇସି କରିନାହାଁନ୍ତି । ତେଣୁ ଲକ୍ଷାଧିକ ହିତାଧିକାରୀଙ୍କୁ ରାଜ୍ୟ ସରକାର ଚାଉଳ ବନ୍ଦ […]

ଇ-କେୱାଇସି ନଥିଲେ ଆସନ୍ତାକାଲି ଠାରୁ ଚାଉଳ ବନ୍ଦ
Samaya Live Picture
Published On

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ଇ-କେୱାଇସି ପାଇଁ ଆଜି ହେଉଛି ଶେଷ ତାରିଖ । ଇ-କେୱାଇସି କରି ନ ଥିଲେ ନ‌ଭେମ୍ବର ପହିଲାରୁ ମିଳିବନି ରାସନ । କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଏଭଳି ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ହେଲେ ଚଳିତ ମାସ ୨୯ ତାରିଖ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୫୭ ହଜାର ୨୬୫ ଜଣ ଇ-କେୱାଇସି କରିନାହାଁନ୍ତି । ତେଣୁ ଲକ୍ଷାଧିକ ହିତାଧିକାରୀଙ୍କୁ ରାଜ୍ୟ ସରକାର ଚାଉଳ ବନ୍ଦ କରିଦେବେ ନା ବିକଳ୍ପ ବ୍ୟବସ୍ଥା କରିବେ ତାହା ଉପରେ ରହିଛି ନଜର ।

ଅଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡରୁ ବାଦ୍ ଦେବା ପାଇଁ ସରକାର ଇ-କେୱାଇସି ପ୍ରକିୟା ଆରମ୍ଭ କରିଥିଲେ । ଏହାରି ଭିତରେ କେନ୍ଦ୍ର ସରକାର ଇ-କେୱାଇସି ପ୍ରକିୟା ଅବଧିକୁ ବନ୍ଦ କରିଦେଇଛନ୍ତି । ତେଣୁ ନଭେମ୍ବର ପହିଲାରୁ ଇ-କେୱାଇସି କରିନଥିବା ହିତାଧିକାରୀଙ୍କୁ ଆଉ ଚାଉଳ ମିଳିବ ନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।

Tags: