ସେପ୍ଟେମ୍ବର ୧୫ ରୁ ଆରମ୍ଭ ହେବ ଧାଡି ଦର୍ଶନ – ଆଇନମନ୍ତ୍ରୀ

ପୁରୀ : ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା। ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଠେଲାପେଲାରେ ଆହତ ହେବା ସହ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ନୂତନ ସରକାର ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବାରମ୍ବାର ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ନେଇ ତାରିଖ ଘୁଞ୍ଚି […]

ସେପ୍ଟେମ୍ବର ୧୫ ରୁ ଆରମ୍ଭ ହେବ ଧାଡି ଦର୍ଶନ – ଆଇନମନ୍ତ୍ରୀ
Samaya Live Picture
Published On

ପୁରୀ : ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା। ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଠେଲାପେଲାରେ ଆହତ ହେବା ସହ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ନୂତନ ସରକାର ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବାରମ୍ବାର ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ନେଇ ତାରିଖ ଘୁଞ୍ଚି ଚାଲିଥିବା ବେଳେ ସେପ୍ଟେମ୍ବର ୧୫ରୁ ଏହାକୁ ଲାଗୁ କରାଯିବ । ଏବେ ମହାପ୍ରଭୁଙ୍କ ଦର୍ଶନରୁ କେହି ବଞ୍ଚିତ ହୋଇପାରିବେ ନାହିଁ ।

ମନ୍ତ୍ରୀ କହିଛନ୍ତି- ଜଗମୋହନରେ ଥିବା ହୁଣ୍ଡି ହଟାଇବାକୁ ଶ୍ରୀମନ୍ଦିର ମ୍ୟାନେଜିଂ କମିଟିର ସୁପାରିଶ ଦରକାର, ତେଣୁ ଖୁବଶୀଘ୍ର ପରିଚାଳନା କମିଟି ଗଠନ ହେବ ଓ ପ୍ରଥମ ବୈଠକରେ ହିଁ କମିଟି ଏହି ସୁପାରିଶ କଲେ ତା ଉପରେ ମୁଖ୍ୟମନ୍ତ୍ରୀଙ୍କ ମୋହର ବାଜିବ।

ସୂଚନା ଯୋଗ୍ୟ; ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ପାଇଁ ପ୍ରାୟ ବର୍ଷେ ହେଲା ଯୋଜନା ଚାଲିଛି । କିନ୍ତୁ ଏହା କାର୍ଯ୍ୟକ୍ଷମ ହୋଇପାରିନଥିଲା ।ଶ୍ରୀମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରବେଶ ଏବଂ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଦଳାଚକଟା ପରିସ୍ଥିତି ସୃଷ୍ଟି ହେଉଛି ।

Tags: