ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ,୨୭ ରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ରାଜ୍ୟରନ ସମସ୍ତ ସରକାରୀ ସ୍କୁଲ କଲେଜ ଛୁଟି ଘୋଷଣା । ସମ୍ବଲପୁର ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଅପରପକ୍ଷେ ଉକ୍ତଦିନ ଚତୁର୍ଥ ଶନିବାର ଯୋଗୁ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ରାଜ୍ୟରନ ସମସ୍ତ ସରକାରୀ ସ୍କୁଲ କଲେଜ ଛୁଟି ଘୋଷଣା । ସମ୍ବଲପୁର ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ସାରା ରାଜ୍ୟରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଅପରପକ୍ଷେ ଉକ୍ତଦିନ ଚତୁର୍ଥ ଶନିବାର ଯୋଗୁ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ।

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ । ପୀଠର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଥିଲେ। ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ପ୍ରକଳ୍ପର ୪ଟି ମୁଖ୍ୟ ଲକ୍ଷ୍ୟ ରହିଛି । ସେଗୁଡ଼ିକ ହେଲା ମାଆ ସମଲେଶ୍ୱରୀଙ୍କ ମନ୍ଦିର ପରିସରର ରୂପାନ୍ତରଣ,ଭକ୍ତ ଓ ଶ୍ରଦ୍ଧାଳୁ ମନରେ ଆଧ୍ୟାତ୍ମିକ ମନୋଭାବ ସୃଷ୍ଟି ପାଇଁ ଗୁରୁତ୍ୱ, ସମ୍ବଲପୁରର ପର୍ଯ୍ୟଟନ ଅର୍ଥନୀତି ପ୍ରତି ଗୁରୁତ୍ୱ ଓ ମନ୍ଦିର ଚାରିପଟେ ଅନ୍ୟାନ୍ୟ ପ୍ରକଳ୍ପର ବିକାଶ ଓ ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ପାଇଁ ସୁଯୋଗ ସୃଷ୍ଟି ।
ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଇଛି । ମା’ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ।

Tags: