ଶାମ୍ବ ଦଶମୀ ବ୍ରତ କଥା
ସୂର୍ଯ୍ୟପୂଜାର ପର୍ବ ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ପ୍ରତ୍ୟେକ ମାସରେ ପଡ଼ୁଥିବା ପର୍ବର ବହୁ ମହତ କଥା ରହିଛି । ଶାମ୍ବ ଦଶମୀର ମଧ୍ୟ ସେହିପରି ବିଶେଷ ମହତ୍ୱ ରହିଛି । ପରିବାର ଲୋକଙ୍କ ମଙ୍ଗଳ ଏବଂ ସୁସ୍ଥ୍ୟ […]
ସୂର୍ଯ୍ୟପୂଜାର ପର୍ବ ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ପ୍ରତ୍ୟେକ ମାସରେ ପଡ଼ୁଥିବା ପର୍ବର ବହୁ ମହତ କଥା ରହିଛି ।

ଶାମ୍ବ ଦଶମୀର ମଧ୍ୟ ସେହିପରି ବିଶେଷ ମହତ୍ୱ ରହିଛି । ପରିବାର ଲୋକଙ୍କ ମଙ୍ଗଳ ଏବଂ ସୁସ୍ଥ୍ୟ ଜୀବନଯାପନ ପାଇଁ ପ୍ରତି ଓଡ଼ିଆଙ୍କ ଘରେ ଘରେ ଏହି ପୂଜା କରାଯାଏ ।
ନାରୀମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି । ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ । ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ । ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି ।

ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜାନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାନ୍ତି । ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ । ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ବା ତରକାରୀ ଆଦି ଭୋଗ ହୁଏ । ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ । ଏହି ଧୂପରେ ମଧ୍ୟ ଏଣ୍ଡୁୁରି, କାକରା, ମାଲପୁଆ, ଗଜା ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ ।

କିମ୍ବଦନ୍ତୀ
ଶ୍ରୀକୃଷ୍ଣ ସତ୍ୟଭାମାଙ୍କ ସହ ପ୍ରେମାଳାପରେ ମଗ୍ନଥିବା ବେଳେ ଦ୍ୱାର ଦେଶରେ ଶାମ୍ବଙ୍କୁ ଜଗାଇ ଆଦେଶ ଦେଇଥିଲେ- କାହାକୁ ଅନ୍ତଃପୁରକୁ ନ ଛାଡ଼ିବା ପାଇଁ । ଶାମ୍ବ ହେଉଛନ୍ତି ଶ୍ରୀକୃଷ୍ଣ ଜାମ୍ବବତୀଙ୍କ ସୁପୁତ୍ର । ଏ ସମୟରେ ମହର୍ଷି ଦୁର୍ବାସା ଦ୍ୱାରଦେଶରେ ଉପନୀତ ହେଇ ଶ୍ରୀକୃଷ୍ଣ ଦର୍ଶନ ଚାହିଁଲେ ।

ମହର୍ଷି ଦୁର୍ବାସାଙ୍କ କ୍ରୋପରେ ଶାମ୍ବ ଭୟଭୀତ ହୋଇ ଶ୍ରୀକୃଷ୍ଣଙ୍କୁ ଡାକି ଦେଲେ । ପ୍ରେମମାଳା ଭଙ୍ଗ ହେବା କାରଣରୁ ଶ୍ରୀକୃଷ୍ଣ ଶାମ୍ବଙ୍କୁ କୁଷ୍ଠ ରୋଗ ହେବା ନିମନେ ଅଭିଶାପ ଦେଲେ । ଶ୍ରୀକୃଷ୍ଣ ପୁତ୍ରକୁ ଅଭିଶାପ ଦେଇ ଅନୁତପ୍ତ ହୋଇ ଦୁର୍ବାସାଙ୍କୁ ପୁତ୍ର ଶାମ୍ବର କୁଷ୍ଠ ମୁକ୍ତି ଉପାୟ ପଚାରିବାରୁ ଦୁର୍ବାସା ଅର୍କକ୍ଷେତ୍ର କୋଣାର୍କ କଥା କହି ଶାମ୍ବଙ୍କୁ ସେ କ୍ଷେତ୍ରରେ ସୂର୍ଯ୍ୟପୂଜା କରିବା ପାଇଁ ନିର୍ଦ୍ଦେଶ ଦେଲେ । ସଂସ୍କୃତ ଶାମ୍ବପୁରାଣରେ ଚନ୍ଦ୍ରଭାଗା ତୀର୍ଥ ମାହାତ୍ମ୍ୟ ବିଶଦ ବର୍ଣ୍ଣିତ । ଦେବର୍ଷି ନାରଦଙ୍କ ସହ ଶାମ୍ବ ପୁଣ୍ୟଧାମ ଚନ୍ଦ୍ରଭାଗା ତୀରରେ ପ୍ରବେଶ କଲେ । ସେହି ଦିନ ଥିଲା ପୌଷମାସ ଶୁକ୍ଳ ପକ୍ଷ ଦଶମୀ ତିଥି ।
ସେଠାରେ ଶାମ୍ବ ସୂର୍ଯ୍ୟଙ୍କ ପୂଜାରାଧନା କଲେ ଏବଂ ଚନ୍ଦ୍ରଭାଗା ନଦୀକୂଳରେ ତପସ୍ୟା କରି ସୂର୍ଯ୍ୟନାରାୟଣ ବା ପ୍ରଭୁ ଆଦିତ୍ୟ ନାରାୟଣଙ୍କର ଏକ ମଣି ବିଗ୍ରହ ପାଇଥିଲେ । ସୂର୍ଯ୍ୟ ହିଁ ଭଗବାନ ନାରାୟଣଙ୍କ ସ୍ୱରୂପ ।
ଇଷ୍ଟ ମନ୍ତ୍ର ହେଉଛି- ‘ନମଃ ସବିତ୍ରେ ଜଗଦେକ ଚକ୍ଷୁଷେ ଜଗି-ପ୍ରସୂତି-ସ୍ଥିତିନାଶ ହେତବେ/ ତ୍ରୈମୟାୟ ତ୍ରିଗୁଣାତ୍ମଧାରିଣେ ବିରଞ୍ଚି ନାରାୟଣ ଶଙ୍କରାତ୍ମନେ ନମଃ ।’
ତାଙ୍କରି ଆର୍ଶିବାଦ ବଳରେ ଶାମ୍ବ ଦୁରାରୋଗ୍ୟ ବ୍ୟାଧି ଦୂର ହୋଇ ସୁନ୍ଦର ଶରୀର ଲାଭ କରିଥିଲେ ।

ଏଇ ଦିନଟି ଥିଲା ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି । ଶାମ୍ବ କୁଷ୍ଠ ରୋଗରୁ ମୁକ୍ତିଲାଭ ପାଇ ସମଗ୍ର କଳିଙ୍ଗରେ ସୂର୍ଯ୍ୟପୂଜା ବିଧିର ପ୍ରଚାର କରାଇଲେ । ଭାରତର ସାତଟି ସ୍ଥାନ – ଉÃାର୍କ, ପୁଣ୍ଡାର୍କ, ମାର୍କେତୋୟାର୍କ, ବାଲୋର୍କ, କୋଣାର୍କ, ଚାପାର୍କ ଏବଂ କଳିଙ୍ଗର କୋଣାର୍କ ସ୍ଥାପନ କଲେ । ପ୍ରଥମେ ସେ ଚନ୍ଦ୍ରଭାଗା ନଦୀକୂଳରେ ଏକ ମନ୍ଦିର ତିଆରି କରାଇ ପୌଷ ଶୁକ୍ଳ ଦଶମୀ (ଶାମ୍ବଦଶମୀ) ତିଥିରେ ମର୍ତ୍ତ୍ୟଲୋକରେ ସୂର୍ଯ୍ୟ ମୂର୍ତ୍ତି ପୂଜାର ପ୍ରଥା ପ୍ରଚଳିତ କରାଇଥିଲେ ।




