ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ସମ୍ବିତ ପାତ୍ର
ପୁରୀ: ମଇ ୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଛି ରାଜ୍ୟ ରାଜନୀତି । ପ୍ରସଙ୍ଗରେ ଏଏସଆଇର ସତ୍ୟପାଠ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ।ରାଜ୍ୟ ସରକାର କଳା ପାହାଡିଆ ମାନସିକତା ଛାଡି ଭୁଲକୁ ସ୍ୱୀକାର କର;ୁ ବୋଲି ସେ କହିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଚାଲିଥିବା ର୍ନିମାଣ କାମ ପାଇଁ ବୈଧ ଅନୁମତି ନଥିଲା । ପ୍ରକଳ୍ପ କାମ କିମ୍ବା ସୌନ୍ଦର୍ଯ୍ୟକରଣକୁ ବିରୋଧ କରାଯାଉ […]
ପୁରୀ: ମଇ ୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଛି ରାଜ୍ୟ ରାଜନୀତି । ପ୍ରସଙ୍ଗରେ ଏଏସଆଇର ସତ୍ୟପାଠ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ।ରାଜ୍ୟ ସରକାର କଳା ପାହାଡିଆ ମାନସିକତା ଛାଡି ଭୁଲକୁ ସ୍ୱୀକାର କର;ୁ ବୋଲି ସେ କହିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଚାଲିଥିବା ର୍ନିମାଣ କାମ ପାଇଁ ବୈଧ ଅନୁମତି ନଥିଲା । ପ୍ରକଳ୍ପ କାମ କିମ୍ବା ସୌନ୍ଦର୍ଯ୍ୟକରଣକୁ ବିରୋଧ କରାଯାଉ ନାହିଁ । କି;ୁ ଏଥିପାଇଁ ଆଇନର ପରିଧି ଭିତରେ କାମ ହେବା ଆବଶ୍ୟକ । ଏଥିସହ ଏଏସଆଇ ରିପୋର୍ଟରେ ଖନନ ସ୍ଥାନରେ ଐତିହ୍ୟ ର୍କିତ୍ତୀରାଜି ନଷ୍ଟ ହୋଇଥିବା ଆଶଙ୍କା କରାଯାଇଛି ।ଏହା ପ୍ରତ୍ୟେକ ଓଡିଆଙ୍କ ପାଇଁ ଦୁଃଖର ଦିନ ର୍ନିମାଣ ସମୟରେ ଐତିହ୍ୟ ର୍କିତ୍ତୀରାଜି ନଷ୍ଟ ହୋଇଥିବା ହାଇକୋର୍ଟ ଉପଲବ୍ଧି କରିଥିବା ସମ୍ବିତ ପାତ୍ର କହିଛନ୍ତି ।ସେହିପରି ଶ୍ରୀମନ୍ଦିର ମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ସତ୍ୟପାଠକୁ ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏଥିସହ ଖନନ ପାଇଁ ଆବଶ୍ୟକ ଅନୁମତି ନିଆଯାଇ ନଥିବା ରିପୋର୍ଟରେ ଦର୍ଶାଯାଇଛି । ଏଭଳି ପରିସ୍ଥିତିରେ ମହାପ୍ରଭୁ ଜଗନ୍ନାଥ ନିଜେ ନିଜକୁ ଓ ଶ୍ରୀମନ୍ଦିରକୁ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି । ତେବେ ଏପରି କିଛି ଶାଣିତ କଟାକ୍ଷକୁ ଆହୁରି ସାଣ ଦେଉଛନ୍ତି ବିରୋଧି ।




