୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସଂଘଚାଳକ ଡ.ମୋହନ ଭାଗବତ

ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଂଘଚାଳକ ଡ.ମୋହନ ଭାଗବତ ଆସନ୍ତା ୩୦ରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ୩୦ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘଚାଳକ ଶିବରାମ ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏକ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବେ। ଜାନୁଆରୀ ୩୧ରୁ ଫେବୃଆରୀ ୩ ପର୍ଯ୍ୟନ୍ତ ଉତ୍କଳ ବିପନ୍ନ ସହାୟତା ସମିତି ଠାରେ ଅନୁଷ୍ଠିତ ହେବାକୁ ଥିବା ସଂଗଠନର ସାଂଗଠନିକ କାର୍ଯ୍ୟର […]

Samaya Live Picture
Published On

ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଂଘଚାଳକ ଡ.ମୋହନ ଭାଗବତ ଆସନ୍ତା ୩୦ରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ୩୦ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘଚାଳକ ଶିବରାମ ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏକ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବେ। ଜାନୁଆରୀ ୩୧ରୁ ଫେବୃଆରୀ ୩ ପର୍ଯ୍ୟନ୍ତ ଉତ୍କଳ ବିପନ୍ନ ସହାୟତା ସମିତି ଠାରେ ଅନୁଷ୍ଠିତ ହେବାକୁ ଥିବା ସଂଗଠନର ସାଂଗଠନିକ କାର୍ଯ୍ୟର ସମୀକ୍ଷା ଓ ସଂଘର ଶତାବ୍ଦୀବାର୍ଷିକୀ ବୈଠକରେ ଯୋଗଦେବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି।

Tags: