ଏସସିବି ମେଡିକାଲ ଅଗ୍ନିକାଣ୍ତ , ୨ ଲକ୍ଷ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
କଟକ : କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଏହା ସହିତ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।
ସେହିପରି ଏହି ଦୁଃଖଦ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ଏବଂ ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ତଦନ୍ତ ରିପୋର୍ଟ ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଅଗ୍ନିଶମ ଡିଜିଙ୍କୁ ଘଟଣାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତ ସର୍ଟ ସର୍କିଟରୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥାଇପାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।



