ଭୀଷଣ ବର୍ଷା ନେଇ ମୟୁରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର : ଅବପାତର ରୂପ ନେଲା ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏହା ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୨ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁରରେ […]
ଭୁବନେଶ୍ୱର : ଅବପାତର ରୂପ ନେଲା ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏହା ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୨ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କି.ମି.ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏହି ବର୍ଷା ଦ୍ୱାରା ବିଭିନ୍ନ ନଦୀରେ ଜଳ ସ୍ତର ବୃଦ୍ଧି ପାଇବାରେ ସମ୍ଭାବନା ଅଛି। ତେବେ ବର୍ତ୍ତମାନ କୌଣସି ଜାଗାରେ ବନ୍ୟା ପରିସ୍ଥିତି ନାହିଁ। ସବୁ ଜାଗାରେ ବିପଦ ସଂକୁଳ ତଳେ ଯଥେଷ୍ଟ ତଳେ ରହିଛି। ଗତ କାଲିର ବର୍ଷାକୁ ନେଇ ସମୀକ୍ଷା କରା ଯାଇଛି।




