ଆସନ୍ତା କଲି ଯାଏଁ ବାତ୍ୟା ପ୍ରଭାବିତ ୧୦ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର : ବାତ୍ୟା ପ୍ରଭାବକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ୨୭-ତାରିଖ (ମଙ୍ଗଳବାର) ଅପରାହ୍ନ ଗୋଟାଏ ରୁ ୨୮ତାରିଖ ଯାଏଁ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁରରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି । ଏଥିସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲାରେ ମଧ୍ୟ ୨୭ ଓ ୨୮ ତାରିଖ ଦୁଇ ଦିନ ପାଇଁ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।




