ସ୍କୁଲ୍ ବହି ତ୍ରୁଟି ,୪ ନିଲମ୍ବିତ

୬ଜଣଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ସ୍କୁଲ୍ ବହି ତ୍ରୁଟି ,୪ ନିଲମ୍ବିତ
Samaya Live News Picture
Published On

ଭୁବନେଶ୍ୱର : ସ୍କୁଲ୍ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ । ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢୀ ଙ୍କ ସମେତ ୩ ସହକାରୀ ନିର୍ଦେଶକଙ୍କୁ ନିଲମ୍ବନ କରାଯାଇଛି । ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁ ନିଲମ୍ବିତ ହୋଇଛନ୍ତି। ତଦନ୍ତ କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ ହୋଇଛନ୍ତି । ସେହିପରି ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦେଶ ଦିଆଯାଇଛି ।

ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା । ଏହି କମିଟି ତଦନ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛି । କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି ।

ସେହିପରି ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି । ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସକୁ ଯିବ ନାହିଁ ।

ସୂଚନାନୁଯାୟୀ, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

Tags: