ସ୍କ୍ରବ ଟାଇଫସ୍ ଆତଙ୍କ : ସୁନ୍ଦରଗଡ଼ରୁ ଦିନକରେ ୧୬ ପଜିଟିଭ
ସୁନ୍ଦରଗଡ଼ : ବଢି ଚାଲିଛି ସ୍କ୍ରବ ଟାଇଫସ୍ ଆତଙ୍କ I ପୁଣି ଦିନକରେ ସୁନ୍ଦରଗଡ଼ରେ ୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୪ ନମୁନାରୁ ୧୬ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଏହି ରୋଗ ଦିନକୁ ଦିନ ବୃଦ୍ଧି ଘଟିବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ଅଧିକ ପରିମାଣରେ ଘଟୁଛି । […]
ସୁନ୍ଦରଗଡ଼ : ବଢି ଚାଲିଛି ସ୍କ୍ରବ ଟାଇଫସ୍ ଆତଙ୍କ I ପୁଣି ଦିନକରେ ସୁନ୍ଦରଗଡ଼ରେ ୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୪ ନମୁନାରୁ ୧୬ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଏହି ରୋଗ ଦିନକୁ ଦିନ ବୃଦ୍ଧି ଘଟିବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ଅଧିକ ପରିମାଣରେ ଘଟୁଛି ।
ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୩୮୯ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ I
ଅନ୍ୟପଟେ ସରକାରଙ୍କ ତରଫରୁ କୀଟନାଶକ ଔଷଧ ସିଞ୍ଚନ ଚାଲିଛି । ରୋଗୀମାନଙ୍କୁ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି । ତେବେ ସୂଚନାଯୋଗ୍ୟ ଯେ, ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ଜୀବାଣୁ ଚାଷ ଜମି ଓ ଜଙ୍ଗଲରେ ରହିଥାନ୍ତି । ଲାର୍ଭା ମାଇଟ୍ସ ନାମକ ପୋକ କାମୁଡିବା ଫଳରେ ଏହା ଭୂତାଣୁ ଶରୀରର ଚର୍ମକୁ ଚାଲିଯାଇଥାଏ । ପୋକଟି ଯେଉଁଠି କାମୁଡିଥାଏ ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଥାଏ । ପରେ ଏହା ଘା’ ହୋଇଯାଇଥାଏ । ଲମ୍ବା ସମୟ ଧରି ଜ୍ୱର ସହିତ ହାତ, ଗୋଡ ଓ ତଣ୍ଟି ବିନ୍ଧା ଲାଗିରହିଥାଏ । ଏପରିକି ଝାଡା ଓ କାଶ ମଧ୍ୟ ହୋଇଥାଏ । ତେବେ ପ୍ରାଥମିକ ଚିକିତ୍ସା କଲେ ଏହି ରୋଗ ଭଲ ହୋଇଥାଏ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଂଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି।




