ବରିଷ୍ଠ ନେତା ଡ଼. ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୮୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମ ରାଉତ । ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ […]

Samaya Live Picture
Published On

ଭୁବନେଶ୍ୱର :ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୮୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମ ରାଉତ । ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ଆଜି ସକାଳେ ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଆସି ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।


ଡ଼.ଦାମୋଦର ରାଉତ ଦୀର୍ଘଦିନ ଧରି କିଡ୍‌ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହେବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍‌ ଡେଡ୍‌ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ।

Tags: