ଚଳିତ ବର୍ଷରୁ ଲାଗୁହେବ ସହିଦ ମାଧୋ ସିଂ ହାତଖର୍ଚ୍ଚ
ଭୁବନେଶ୍ୱର : ଚଳିତ ବର୍ଷଠୁ ରାଜ୍ଯରେ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଗୁରୁବାର ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହି ଯୋଜନାରେ ପ୍ରତିବର୍ଷ ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। ଗୁରୁବାର ଗୃହରେ ମନ୍ତ୍ରୀ […]
ଭୁବନେଶ୍ୱର : ଚଳିତ ବର୍ଷଠୁ ରାଜ୍ଯରେ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଗୁରୁବାର ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହି ଯୋଜନାରେ ପ୍ରତିବର୍ଷ ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।
ଗୁରୁବାର ଗୃହରେ ମନ୍ତ୍ରୀ କହିଛନ୍ତି ଆର୍ଥିକ ସମସ୍ୟା ଯୋଗୁଁ ଅନୁସୁଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀମାନେ ପାଠ ପଢା ବନ୍ଦ କରୁଛନ୍ତି। ଯାହାକି ରାଜ୍ୟ ପାଇଁ ବଡ ଚିନ୍ତାର ବିଷୟ ବୋଲି ବିଜେପି ବାରମ୍ବାର କହିଆସିଛି। ଏହି ସମସ୍ୟାକୁ ଦୂର କରିବା ପାଇଁ ନିର୍ବାଚନ ଇସ୍ତାହାରରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହି ସମସ୍ୟାକୁ ଦୂର କରିବାକୁ ‘ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଆରମ୍ଭ କରିବ।
ଚଳିତ ବର୍ଷ ଏହି ଯୋଜନାରେ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଯାଇଥିବା ଏବଂ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ରାଶି ଭାବେ ବାର୍ଷିକ ୫ ହଜାର ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।




