ଏସ୍ସିବିରେ ସର୍ଟସର୍କିଟ, ଅଳ୍ପକେ ବର୍ତ୍ତିଲେ ରୋଗୀ
କଟକ : ଏସ୍ସିବିରେ ପୁଣି ଅଘଟଣ । ସର୍ଟସର୍କିଟ ଯୋଗୁଁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି । ଧୂଆଁ ଦେଖି ଆତଙ୍କିତ ହୋଇପଡିଥିଲେ ଲୋକେ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇ ଯାଇଥିଲା । ସଠିକ ସମୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ରେ ରହିଛି । ଆଉ ଏକ ବଡ଼ ଅଘଟଣାରୁ ଅଳ୍ପକେ ବର୍ତ୍ତୀ ଯାଇଛି SCB ମେଡିକାଲ ।
ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୧୩ଜଣଙ୍କର ମୃତ୍ୟ ଘଟିଛି । ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିଲେ । ଏବଂ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।
ଏହି ଘଟଣାରେ ଗତ ୨ଦିନ ଧରି ବିଧାନ ସଭାରେ ବଡ଼ ଧରଣର ହଙ୍ଗାମା ଦେଖାଦେଇଛି । ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଧାନସଭାର ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ମୋହନ ସରକାରଙ୍କୁ ଘେରିଛନ୍ତି । ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ସହ ନୈତିକ ଆଧାରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି ନବୀନ ।



