ଆସନ୍ତା ୨୨ରେ ସ୍ୱର୍ଗତଃ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା

ଭୁବନେଶ୍ୱର: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି ।ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ ସ୍ୱର୍ଗତଃ ଡା.ପ୍ରଧାନଙ୍କ ସ୍ମୃତିରେ ଏକ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା ଭୁବନେଶ୍ୱର ଓୟୁଏଟି ବିଶ୍ୱବିଦ୍ୟାଳୟ ପରିସରରେ ଥିବା “କୃଷି ଶିକ୍ଷା ସଦନ” ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ […]

Samaya Live Picture
Published On

ଭୁବନେଶ୍ୱର: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି ।ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ ସ୍ୱର୍ଗତଃ ଡା.ପ୍ରଧାନଙ୍କ ସ୍ମୃତିରେ ଏକ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା ଭୁବନେଶ୍ୱର ଓୟୁଏଟି ବିଶ୍ୱବିଦ୍ୟାଳୟ ପରିସରରେ ଥିବା “କୃଷି ଶିକ୍ଷା ସଦନ” ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳୀ ସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ । ଏହି ଶ୍ରଦ୍ଧାଞ୍ଜଳୀ ସଭାରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ । ବିଜେଡି, କଂଗ୍ରେସ, କମ୍ୟୁନିଷ୍ଟ, ଆପ୍ ଦଳର ବରିଷ୍ଠ ଓ ପ୍ରମୁଖ ନେତୃବୃନ୍ଦଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ, ଧାର୍ମିକ ସଂଗଠନ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ, ସାମ୍ବାଦିକ, ଡାକ୍ତର, ଅଧିବକ୍ତାମାନେ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ସ୍ମୃତିଚାରଣ କରିବାକୁ ନିମନ୍ତ୍ରଣ କରାଯାଇଛି ।

ଏହି ଅବସରରେ ଆଜି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ସାଧାରଣ ସଂପାଦକ ଶାରଦା ଶତପଥୀ ଓ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ସୁଦୀପ୍ତ ରାୟ, ଅନିଲ ବିଶ୍ୱାଳ, ବରିଷ୍ଠ ନେତା ଅଶୋକ ମିଶ୍ର, ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ ଦାସ୍‌, ସାଂସ୍କୃତି ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ପିଙ୍କି ପ୍ରଧାନ, ହିତେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ସଭାରେ ସମସ୍ତ କାର୍ଯ୍ୟକର୍ତା ତଥା ଶୁଭେଚ୍ଛୁମାନେ ଉପସ୍ଥିତ ରହି ସ୍ୱର୍ଗତଃ ଡା.ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ଅନୁରୋଧ କରିଛନ୍ତି ।

Tags: