ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
Samaya Live News Picture
Published On

ପୁରୀ : ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । 

ସୂଚନା ଅନୁସାରେ ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାରର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଆଲୋଚନା ହେବ । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ । ମହାପ୍ରଭୁଙ୍କ ଜମିଜମା ସହ ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।

 

 

Tags: