ବିଜେଡି ଛାଡିଲେ ସିମୁଳିଆ ବିଧାୟକ
ଭୁବନେଶ୍ୱର : ବିଜେଡି ଛାଡିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ I ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିବା ନେଇ ଏକ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି I ଭିଡିଓ ବାର୍ତ୍ତା ଜରିଆରେ ସେ କହିଛନ୍ତି, ଆଜି ମୁଁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛି। ବିଜେଡି ସହିତ ଆମର ଦୀର୍ଘ ଦିନର ସମ୍ପର୍କ ରହିଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମୟରୁ ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀ ୪୦ […]
ଭୁବନେଶ୍ୱର : ବିଜେଡି ଛାଡିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ I ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିବା ନେଇ ଏକ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି I ଭିଡିଓ ବାର୍ତ୍ତା ଜରିଆରେ ସେ କହିଛନ୍ତି, ଆଜି ମୁଁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛି। ବିଜେଡି ସହିତ ଆମର ଦୀର୍ଘ ଦିନର ସମ୍ପର୍କ ରହିଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମୟରୁ ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀ ୪୦ ବର୍ଷ ଏବଂ ମୁଁ ୧୦ ବର୍ଷହେଲା ଦଳ ସହିତ ଜଡିତ ଅଛି। ଆମକୁ ସୁଯୋଗ ଦେଇଥିବାରୁ ମୁଁ ମାନ୍ୟବର ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି। ସିମୁଳିଆ ଏବଂ ଖଇରାବାସୀଙ୍କ ପାଇଁ ଆମ ପରିବାର ସର୍ବଦା ଥିବ।
ସୂଚନାଯୋଗ୍ୟ, ସିମୁଳିଆ ବିଧାନସଭା ଆସନ ପାଇଁ ବିଜେଡି ସୁବାସିନୀ ସାହୁଙ୍କୁ ପ୍ରାର୍ଥୀ କରିଛ। ଏହାକୁ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସମର୍ଥକମାନେ ସହଜରେ ଗ୍ରହଣ କରି ପାରୁନାହାନ୍ତି। ଏଥିପାଇଁ ଦଳ ଘୋଷଣା କରିଥିବା ପ୍ରାର୍ଥୀଙ୍କ ନାମ ବଦଳାଇ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରାର୍ଥୀ କରିବା ପାଇଁ ଦାବି ଜୋର ଧରିଛି।




