ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ୱର:ସିଙ୍ଗାପୁର ରାଷ୍ଟ୍ରପତି ଥରମନ୍ ସନମୁଗରତ୍ନମ୍ ଆଜି ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କରିଛନ୍ତି। ସନ୍ଧ୍ୟା ୭.୩୦ ରୁ ୧୧.୩୦ ପର୍ଯ୍ୟନ୍ତ ରାଷ୍ଟ୍ରପତି ସନମୁଗରତ୍ନମ୍ ସେଠାରେ ସମୟ ଅତିବାହିତ କରିଥିଲେ। ଏହି ଅବସରରେ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ବମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ […]
ଭୁବନେଶ୍ୱର:ସିଙ୍ଗାପୁର ରାଷ୍ଟ୍ରପତି ଥରମନ୍ ସନମୁଗରତ୍ନମ୍ ଆଜି ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କରିଛନ୍ତି। ସନ୍ଧ୍ୟା ୭.୩୦ ରୁ ୧୧.୩୦ ପର୍ଯ୍ୟନ୍ତ ରାଷ୍ଟ୍ରପତି ସନମୁଗରତ୍ନମ୍ ସେଠାରେ ସମୟ ଅତିବାହିତ କରିଥିଲେ।
ଏହି ଅବସରରେ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ବମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। କଳା ଭୂମିର ବିଭିନ୍ନ ଗ୍ୟାଲେରୀ ପରିଦର୍ଶନ କରି ରାଷ୍ଟ୍ରପତି ସନମୁଗରତ୍ନମ୍ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଦେଖିଥିଲେ। ଜଗନ୍ନାଥ ଗ୍ୟାଲେରୀ ରେ ସେ ବେଶ୍ କିଛି ସମୟ ବିତାଇ ଓଡ଼ିଶାର ଆଧ୍ୟାତ୍ମିକ ଚେତନା ଓ ପରମ୍ପରାର ମଧ୍ୟ ପ୍ରଶଂସା କରିଥିଲେ।




