ହୀରାକୁଦରେ ଖୋଲିଲା ଆଉ ୬ଟି ଗେଟ
ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷ ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର I ଏହା ଦେଖି ଆଜି ସକାଳେ ୬ ଟି ଗେଟ ଖୋଲା ଯାଇଛି I ବାମ ପାର୍ଶ୍ୱର ୪, ଡାହଣ ପାର୍ଶ୍ୱର ୨ ଟି ଗେଟ୍ ଖୋଲଯାଇଛି । ପୂର୍ବରୁ ଉପର ମୁଣ୍ଡରେ ବର୍ଷା କମି ଯାଇଥିବା ହେତୁ ସମସ୍ତ ଗେଟ ବନ୍ଦ କରାଯାଇଥିଲା । ଏବେ ପୁଣି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ହୋଇଛି । ହୀରାକୁଦ […]
ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷ ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର I ଏହା ଦେଖି ଆଜି ସକାଳେ ୬ ଟି ଗେଟ ଖୋଲା ଯାଇଛି I ବାମ ପାର୍ଶ୍ୱର ୪, ଡାହଣ ପାର୍ଶ୍ୱର ୨ ଟି ଗେଟ୍ ଖୋଲଯାଇଛି । ପୂର୍ବରୁ ଉପର ମୁଣ୍ଡରେ ବର୍ଷା କମି ଯାଇଥିବା ହେତୁ ସମସ୍ତ ଗେଟ ବନ୍ଦ କରାଯାଇଥିଲା । ଏବେ ପୁଣି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ହୋଇଛି । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୫୮ ହଜାର ୮୯୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩୮ ହଜାର ୧୬୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ଥର ୬୨୯.୧୦ ଫୁଟ ରହିଛି ଇ ତେବେ ବର୍ତ୍ତମାନ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି ଗତ ୧୭ ତାରିଖରେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି କହିଥିଲେ।




