କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ ଚଳାଚଳ
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିପୁଳ ଯାତ୍ରୀ ସମାଗମକୁ ଦୃଷ୍ଟିରେ ରଖି ପୂର୍ବତଟ ରେଲ୍ୱେ ପକ୍ଷରୁ (ECoR) ବ୍ରହ୍ମପୁର ଏବଂ ପୁରୀ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ସେବା ଘୋଷଣା କରିଛି। ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର (ଆଜି) ରାତି ୮ଟା ୩୫ ମିନିଟ୍ରେ ବ୍ରହ୍ମପୁରରୁ ଛାଡି ମଧ୍ୟରାତ୍ରି ୧ଟା ୩୦ରେ ପୁରୀ ଠାରେ ପହଞ୍ଚିବ । ୦୮୪୧୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ବୁଧବାର ଭୋର ୩ ଘଟିକାରେ ପୁରୀରୁ ବ୍ରହ୍ମପୁର […]
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିପୁଳ ଯାତ୍ରୀ ସମାଗମକୁ ଦୃଷ୍ଟିରେ ରଖି ପୂର୍ବତଟ ରେଲ୍ୱେ ପକ୍ଷରୁ (ECoR) ବ୍ରହ୍ମପୁର ଏବଂ ପୁରୀ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ସେବା ଘୋଷଣା କରିଛି। ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର (ଆଜି) ରାତି ୮ଟା ୩୫ ମିନିଟ୍ରେ ବ୍ରହ୍ମପୁରରୁ ଛାଡି ମଧ୍ୟରାତ୍ରି ୧ଟା ୩୦ରେ ପୁରୀ ଠାରେ ପହଞ୍ଚିବ ।
୦୮୪୧୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ବୁଧବାର ଭୋର ୩ ଘଟିକାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ । ଅନ୍ୟ ଏକ ବିଶେଷ ଟ୍ରେନ ୦୮୪୪୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ଗୁରୁବାର ସକାଳ ୫ଟାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ । ଏହି ବିଶେଷ ଟ୍ରେନଗୁଡିକ ଯାତ୍ରୀମାନଙ୍କୁ କାର୍ତ୍ତିକ ପୂର୍ଣ୍ଣିମା ସମୟରେ ସୁବିଧାଜନକ ଯାତ୍ରା ପାଇଁ ସହାୟକ ହେବ।
ସେପଟେ,କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ପୁରୀରେ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ବଡଦାଣ୍ଡ ର ବଗଲା ଧର୍ମଶାଳା ନିକଟରେ ହୋଇଥିବା ଅସ୍ଥାୟୀ ବ୍ୟାରିକେଡ୍ରେ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଥା ହୋଇଛି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସସହରରେ ମୁତୟନ ହେବା ସହିତ ୫ ଅତିରିକ୍ତ ଏସପି, ଡିଏସ୍ପି, ଇନ୍ସପେକ୍ଟର, ଏଏସଆଇ ଓ ଏସଆଇଙ୍କ ସହ ୩ଶହରୁ ଊର୍ଦ୍ଧ୍ୱ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ନିୟୋଜିତ ହୋଇଛନ୍ତି । ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନରେ ଶତାଧିକ ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି ।




