ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ, କଂଗ୍ରେସ ସଦସ୍ୟଙ୍କ କକ୍ଷ ତ୍ୟାଗ

ହଟ୍ଟଗୋଳ ଭିତରେ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ, କଂଗ୍ରେସ ସଦସ୍ୟଙ୍କ କକ୍ଷ ତ୍ୟାଗ
Samaya Live News Picture
Published On

ଭୁବନେଶ୍ୱର : ଆଜି ବିଧାନସଭା ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠି ହୋଇଛି । ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ପ୍ରସଙ୍ଗରେ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ କାର୍ଯ୍ୟ ଆରମ୍ଭରୁ ଆଲୋଚନା ପାଇଁ ପ୍ରସ୍ତାବ ଆଣି ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଛନ୍ତି । ତେବେ ବିଧାନସଭା ଅଧିବେଶନ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ହୋହଲ୍ଲା ଦେଖାଯାଇଛି । ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ସହ ନାରାବାଜି ଦେଖିବାକୁ ମିଳିଛି । କେନ୍ଦୁଝର କଙ୍କାଳ ବୁହା ପ୍ରସଙ୍ଗ ଉଠାଇ ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିକରି କକ୍ଷ ତ୍ୟାଗ କରିଛନ୍ତି କଂଗ୍ରେସ ସଦସ୍ୟ । 

ସେହିପରି ଅଧିବେଶନ ବେଳେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ବିଜେପି ବିଧାୟକ ମହିଳା ସଂରକ୍ଷଣ ବିଲ କୁ ନେଇଆ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ମହିଳା ସଂରକ୍ଷଣ ବିଲ୍ ଆସିବା ପୂର୍ବରୁ ମୁଁ ସ୍ଵତନ୍ତ୍ର ଅଧିବେଶନ ପାଇଁ ଚିଠି ଲେଖିଥିଲି। ଆଲୋଚନା ପାଇଁ ସରକାରଙ୍କୁ ଅନୁରୋଧ କରିଥିଲି । ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ। ୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା। ମିଛ ଅପପ୍ରଚାର କରୁଛି ବିଜେପି। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି। ସୀମା ନିର୍ଧାରଣ ବିଲ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ।

ନବୀନ ପୁଣି କହିଛନ୍ତି , ମୋତେ ଓଡ଼ିଆରେ କହିବା ପାଇଁ କହୁଥିଲେ, ଏବେ ମୁଁ କହୁଛି ଶୁଣନ୍ତୁ । ଓଡ଼ିଶାବାସୀଙ୍କୁ ମୁଁ ଭରସା ଦେଉଛି ମୁଁ ଥିଲା ପର୍ଯ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ।

ସୂଚନାନୁଯାୟୀ, ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ପାଇଁ ଗୁରୁବାର ଓଡ଼ିଶା ବିଧାନସଭାର ଏକଦିବସୀୟ ସ୍ବତନ୍ତ୍ର ଅଧିବେଶନ ବସିଛି। ପୂର୍ବାହ୍ଣ ୧୧ଟାରୁ ଗୃହକାର୍ଯ୍ୟ ଆରମ୍ଭ ଏବଂ ସନ୍ଧ୍ୟା ୭ଟାରେ ସାରିବାକୁ ସମୟ ନିର୍ଦ୍ଧାରଣ ହୋଇଛି।

Tags: