ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ୱର: ଜୁନ ୧୩: ବିଧାନସଭା ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ଆରୁଖ । ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଜନଗରରୁ ୬ ଥର ବିଧାୟକ ହୋଇଥିବା ବିକ୍ରମ କେଶରୀ ଆରୁଖ ଏବେ ବାଚସ୍ପତି ଦାୟିତ୍ୱ ନିର୍ବାହ କରିବେ । ପୂର୍ବତନ […]
ଭୁବନେଶ୍ୱର: ଜୁନ ୧୩: ବିଧାନସଭା ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ଆରୁଖ । ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଜନଗରରୁ ୬ ଥର ବିଧାୟକ ହୋଇଥିବା ବିକ୍ରମ କେଶରୀ ଆରୁଖ ଏବେ ବାଚସ୍ପତି ଦାୟିତ୍ୱ ନିର୍ବାହ କରିବେ । ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅସୁସ୍ଥତା ପାଇଁ ଗତ ୪ ତାରିଖରେ ସେ ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ପୁନଃନିର୍ବାଚନ ଆବଶ୍ୟକତା ପଡ଼ିଥିଲା । ଗତ ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ । ଆଉ ଏଥି ପାଇଁ ଆଜି ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିଲା । ବିଧାନସଭାରେ ସମସ୍ତ ବିଧାୟକମାନଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ରହିଥିଲା । ତେବେ କେବଳ ବିଜେଡି ପାଖରେ ସଂଖ୍ୟା ଥିବାରୁ ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନଥିଲେ । ତେଣୁ ବିକ୍ରମ କେଶରୀ ଆରୁଖ ଆଜି ବିଧିବଦ୍ଧ ଭାବେ ନିର୍ବାଚିତ ହେବା ସହ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।




