ଆଜି ଶ୍ରୀ ଜୀଉଙ୍କ ପଇତା ଲାଗି ନୀତି ,୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ I ଦ୍ୱିତୀୟ ଭୋଗମଣ୍ଡପ ବଢିବା ପରେ ଆପାତତଃ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତା। ଏହି ନୀତି ଅତ୍ୟନ୍ତ […]
ପୁରୀ : ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ I ଦ୍ୱିତୀୟ ଭୋଗମଣ୍ଡପ ବଢିବା ପରେ ଆପାତତଃ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବାସୁଙ୍ଗା ପାଟରେ ପ୍ରସ୍ତୁତ ପଇତା। ଏହି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ସେଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ I ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।




