ପବିତ୍ର ବିଜୟାଦଶମୀ ରେ ଶ୍ରୀଜୀଉଙ୍କ ସୁନାବେଶ

ପୁରୀ :ଆଜି ଶ୍ରୀମନ୍ଦିରରେ ବିଜୟାଦଶମୀ ତଥା ଦଶହରା ପର୍ବ । ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜଶ୍ୱେର ବେଶ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ। ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରକୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି […]

ପବିତ୍ର ବିଜୟାଦଶମୀ ରେ ଶ୍ରୀଜୀଉଙ୍କ ସୁନାବେଶ
Samaya Live Picture
Published On

ପୁରୀ :ଆଜି ଶ୍ରୀମନ୍ଦିରରେ ବିଜୟାଦଶମୀ ତଥା ଦଶହରା ପର୍ବ । ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜଶ୍ୱେର ବେଶ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ। ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରକୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ। ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ବିସର୍ଜନ ଅନୁଷ୍ଠିତ ହେବ।

Tags: