ଭୂସ୍ଖଳନ ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ରାଜ୍ୟସରକାର
ଭୁବନେଶ୍ୱର : ପ୍ରବଳ ବର୍ଷା ଯୋଗୁଁ ଗଜପତି ଜିଲ୍ଲାରେ ଭୂସ୍ଖଳନ ଘଟି ୨ ମୃତ । ମୃତକ ହେଉଛନ୍ତି ବସ୍ତ୍ରୀ ଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ। ଦୁଇ ଜଣଙ୍କ ଅକାଳ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ସହାୟତା ରାଶି ପ୍ରଦାନ କରିବାକୁ ଗଜପତି ଜିଲାପାଳଙ୍କୁ […]
ଭୁବନେଶ୍ୱର : ପ୍ରବଳ ବର୍ଷା ଯୋଗୁଁ ଗଜପତି ଜିଲ୍ଲାରେ ଭୂସ୍ଖଳନ ଘଟି ୨ ମୃତ । ମୃତକ ହେଉଛନ୍ତି ବସ୍ତ୍ରୀ ଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ। ଦୁଇ ଜଣଙ୍କ ଅକାଳ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ସହାୟତା ରାଶି ପ୍ରଦାନ କରିବାକୁ ଗଜପତି ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF)ରୁ ତୁରନ୍ତ ଏହି ସହାୟତା ରାଶି ଯୋଗାଇ ଦିଆଯିବ ।
ସେପଟେ,ରାୟଗଡ଼ ବ୍ଲକ ପେକଟ ନିକଟରେ ଭୂସ୍ଖଳନ ହୋଇଛି । ଭୂସ୍ଖଳନ ପରେ ମାଟି ତଳେ ବାପପୁଅ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ପେକଟ ଗାଁର ୭୦ ବର୍ଷୀୟ କାର୍ତ୍ତିକ ଶବର ଓ ପୁଅ ରାଜିକ ଶବର ଚାଷଜମିକୁ ଯାଇଥିଲେ । ଆଉ ଜମିରୁ ଘରକୁ ଫେରିବା ସମୟରେ ବର୍ଷା ହେଉଥିବା ବେଳେ ଗଛ ତଳେ ସାହାରା ନେଇଥିଲେ । ସେହି ସମୟରେ ଭୂସ୍ଖଳନ ହୋଇଥିଲା । ସେଇଠି ବାପପୁଅ ମାଟି କାଦୁଅରେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ପ୍ରୟାସ କରୁଛି । ସନ୍ଧ୍ୟା ହୋଇ ଯାଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି । ଭୂସ୍ଖଳନ ଯୋଗୁଁ ରାୟଗଡ଼ ଠାରୁ ନୂଆଗଡ଼ ଓ ରା.ଊଦୟଗିରି ବ୍ଲକ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି ।




