ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି ୪% ବୃଦ୍ଧି କଲେ ମହଙ୍ଗା ଭତ୍ତା
ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଉପହାର I ୪% ବୃଦ୍ଧି କଲେ ମହଙ୍ଗା ଭତ୍ତା I ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। । ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି। ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ମହଙ୍ଗା ଭତ୍ତା ଲାଗୁ ହେବ । ଏହା ପୂର୍ବରୁ ୩% ମହଙ୍ଗା ଭତ୍ତା […]
ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଉପହାର I ୪% ବୃଦ୍ଧି କଲେ ମହଙ୍ଗା ଭତ୍ତା I ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। । ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି। ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ମହଙ୍ଗା ଭତ୍ତା ଲାଗୁ ହେବ ।
ଏହା ପୂର୍ବରୁ ୩% ମହଙ୍ଗା ଭତ୍ତା ବୃଦ୍ଧି କରି ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଥିଲେ ସରକାର I ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା।




