ସ୍ୱାଧୀନତା ସଂଗ୍ରାମୀଙ୍କ ପେନଶନ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର : ନୂଆ ବର୍ଷରେ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ବୃଦ୍ଧି ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ପେନଶନ । ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇ ଥିବା ବେଳେ କାରାବରଣ କରିନଥିବା […]
ଭୁବନେଶ୍ୱର : ନୂଆ ବର୍ଷରେ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ବୃଦ୍ଧି ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ପେନଶନ । ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇ ଥିବା ବେଳେ କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।
ସେହିପରି ଜାତୀୟ ପେନସନ ପାଉଥିବା ସଂଗ୍ରାମୀ ୮ ହଜାର ବଦଳରେ ୧୦ ହଜାର ପାଇବେ । MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆସନ୍ତା ଜାନୁଆରୀ ୫ ତାରିଖ ଦିନ ସହିଦ ମାଧୋ ସିଂ ଯୋଜନା ଆରମ୍ଭ କରି ତାଙ୍କୁ ଯଥୋଚିତ ସମ୍ମାନ ଦେବେ ସରକାର ।




