ଅକ୍ଷୟଶକ୍ତି କ୍ଷେତ୍ରରେ ୮୬୯.୮ କୋଟି ଟଙ୍କା ବିନିଯୋଗ କରିବେ ରାଜ୍ୟ ସରକାର
ଭୁବନେଶ୍ବର : ଅକ୍ଷୟଶକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ପଦକ୍ଷେପ । ୮୬୯.୮ କୋଟି ଟଙ୍କା ବିନିଯୋଗରେ ମୋଟ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟରେ ନୂତନ ରୋଜଗାର ସୃଷ୍ଟି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ […]
ଭୁବନେଶ୍ବର : ଅକ୍ଷୟଶକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ପଦକ୍ଷେପ । ୮୬୯.୮ କୋଟି ଟଙ୍କା ବିନିଯୋଗରେ ମୋଟ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟରେ ନୂତନ ରୋଜଗାର ସୃଷ୍ଟି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ।
ସୂଚନା ଅନୁସାରେ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରରେ ପ୍ରୋଜିଏଲ୍ ଗ୍ରିନ ଏନର୍ଜି ଲି. ଦ୍ୱାରା ୬୯.୫ ମେଗାୱାଟ୍ ସୋଲାର୍ ପାର୍କ, କେନ୍ଦୁଝର ଜିଲା ତେଲକୋଇଠାରେ ଆଇନକ୍ସ୍ ସୋଲାର୍ ଲି. ଦ୍ୱାରା ୪୯.୫ ମେଗାୱାଟ୍ ସୋଲାର୍ ପ୍ରକଳ୍ପ, ଝାରସୁଗୁଡ଼ାର ଲଖନପୁରଠାରେ ମହାନଦୀ କୋଲ୍ ଫିଲ୍ଡ ଦ୍ୱାରା ୧୦ ମେଗାୱାଟ୍ ସୋଲାର୍ ପ୍ରକଳ୍ପ ଓ ନବରଙ୍ଗପୁରର ପାପଡ଼ାହାଣ୍ଡିରେ ଏନ୍ଏଲ୍ସି ଦ୍ୱାରା ପବନ ଶକ୍ତି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଗୁଡ଼ିକୁ ମିଶାଇ ଏପର୍ଯ୍ୟନ୍ତ ସିଙ୍ଗଲ୍ ୱିଣ୍ଡୋ କମିଟି ମାଧ୍ୟମରେ ମୋଟ ୧୮୪୪.୮୬ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ମୋଟ ୧୨୫୯୯.୭୯ କୋଟି ଟଙ୍କାର ବିନିଯୋଗ ପ୍ରସ୍ତାବକୁ ସରକାର ଅନୁମୋଦନ ଦେଇଛନ୍ତି ।




