ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ । ଏ ନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ । ସାଧାରଣ ଦିନରେ ସାଢ଼େ ୫ଟା ଯାଏଁ ଖୋଲା ରହେ ରାଜ୍ୟ ସଂଗ୍ରହାଳୟ । ଆସନ୍ତା ୮ରୁ ୧୦ ତାରିଖ ଯାଏଁ ରାଜଧାନୀରେ ପ୍ରବାସୀ ମହାକୁମ୍ଭ […]

Samaya Live Picture
Published On

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ । ଏ ନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ । ସାଧାରଣ ଦିନରେ ସାଢ଼େ ୫ଟା ଯାଏଁ ଖୋଲା ରହେ ରାଜ୍ୟ ସଂଗ୍ରହାଳୟ ।

ଆସନ୍ତା ୮ରୁ ୧୦ ତାରିଖ ଯାଏଁ ରାଜଧାନୀରେ ପ୍ରବାସୀ ମହାକୁମ୍ଭ ପାଇଁ ମହା ଆୟୋଜନ । ଭୁବନେଶ୍ବର ଜନତା ମଇଦାନରେ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏଥିପାଇଁ ଓଡ଼ିଶାରେ ପହଞ୍ଚିବାକୁ ଲାଗିଲେଣି ପ୍ରବାସୀ ଭାରତୀୟମାନେ । ଏହି ସମ୍ମିଳନୀରେ ଯୋଗ ଦେବାକୁ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।

ମନ୍ଦିର ଓ ପାର୍କ ବୁଲିବେ ପ୍ରବାସୀ, ଘର ସାମ୍ନାରେ ଝୋଟି ଚିତା ପକାଇ ସଜେଇବାକୁ ନିବେଦନ କଲେ ନଗର ଉନ୍ନୟନ ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ଵର ଆସିବେ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ। ପ୍ରବାସୀମାନେ ରାଜଧାନୀର ବିଭିନ୍ନ ମନ୍ଦିର ଓ ପାର୍କ ବୁଲିବେ। ଏଥିପାଇଁ ରାଜଧାନୀବାସୀ ନିଜ ଘର ସାମ୍ନାକୁ ସଜେଇବା ସହ ଝୋଟି ଚିତା ପକାଇ ଅତିଥିଙ୍କୁ ସ୍ଵାଗତ କରିବା ପାଇଁ ନିବେଦନ କଲେ ନଗର ଉନ୍ନୟନ ମନ୍ତ୍ରୀକୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା। ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସବୁ ବିଭାଗର ମନ୍ତ୍ରୀ ଓ ଅଫିସରମାନେ ପ୍ରସ୍ତୁତି ନେଇ ଲଗାତାର ସମୀକ୍ଷା କରୁଛନ୍ତି। ପ୍ରବାସୀମାନେ ମନ୍ଦିର ମାଳିନୀ ଭୁବନେଶ୍ୱରର ସବୁ ମନ୍ଦିର ବୁଲିବେ। ଏଥିପାଇଁ ମନ୍ଦିର ଗୁଡ଼ିକ ସଫାସୁତୁରା କରିବା ସହିତ ସାଜସଜ୍ଜା କରାଯାଇଛି। ସେହିପରି ବିଭିନ୍ନ ପାର୍କରେ ମଧ୍ୟ ସ୍ୱତନ୍ତ୍ର ସାଜସଜ୍ଜା ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆରମ୍ଭ ହୋଇଛି। ଏଥିସହିତ ବଡ଼ ବଡ଼ ମଲ୍, ପେଟ୍ରୋଲ ପମ୍ପ୍ ଆଦି ମାଲିକମାନେ ମଧ୍ୟ ଆଲୋକ ମାଳାରେ ନିଜ ପ୍ରତିଷ୍ଠାନ ଆଲୋକିତ କରି ସଜେଇବାକୁ ମନ୍ତ୍ରୀ ନିବେଦନ କରିଛନ୍ତି। ସେହିପରି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଆହୁରି ସୁନ୍ଦର ସୁନ୍ଦର ଫୁଲ କୁଣ୍ଡ ଆଜି ରାତି ସୁଧା ବସିବ ବୋଲି ମନ୍ତ୍ରୀ କହିଛନ୍ତି।

ଭୁବନେଶ୍ୱରରେ ପହଁଚିଥିବା ଅତିଥିଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି । ଦୁବାଇ, କତାର, ଓମାନ ଭଳି ଜାଗାରୁ ଆସିଥିବା ପ୍ରବାସୀମାନେ ହାତରେ ପଦ୍ମଫୁଲ ନେଇ ପହଞ୍ଚିଛନ୍ତି । ପ୍ରତିକ୍ରିୟା ଦେଇ କହିଛନ୍ତି ନିଜ ମାଟିରେ ପହଞ୍ଚି ଖୁସି ଲାଗୁଛି ।

ଏହା ସହ କଳାହାଣ୍ଡିର ଘୁମୁରା ଓ ଅନ୍ୟାନ୍ୟ ଲୋକ ବାଦ୍ୟର ତାଳେ ତାଳେ ଝୁମିଛନ୍ତି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଭୁବନେଶ୍ବରରେ ପହଂଚି ସାରିଥିବା ବେଳେ ଆସନ୍ତାକାଲି ରାତିରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୯ ତାରିଖରେ ସେ ସମ୍ମିଳନୀରେ ସାମିଲ ହେବେ । ସେହିପରି ୧୦ ତାରିଖରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି।

Tags: