କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
Samaya Live News Picture
Published On

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଯୁକ୍ତ ୨ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ର । ତାଙ୍କ ନାଁ ଅନ୍ତର୍ଯ୍ୟାମୀ ପ୍ରିୟାନ୍ସୁ ସାହୁ, ଘର ବାଙ୍କୀ ।    ସେ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଜ୍ଞାନଭାରତୀ କଲେଜ ହଷ୍ଟେଲରେ ରହୁଥିଲେ । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Tags: