ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ୭ ତାରିଖରେ ଏକାସହିତ ଗାନ କରିବେ ଛାତ୍ରଛାତ୍ରୀ
ଭୁବନେଶ୍ବର: ନଭେମ୍ବର ୭ରେ ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ ଏକସଙ୍ଗେ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ […]
ଭୁବନେଶ୍ବର: ନଭେମ୍ବର ୭ରେ ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ ଏକସଙ୍ଗେ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି।
ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖାଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରୀ ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।




