୨୪ ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସୁନ୍ଦରଗଡ଼ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତେବେ କୌଣସି କାରଣ ପାଇଁ ବଞ୍ଚିତ ହୋଇଥିବା ଅନ୍ୟ ହିତାଧିକାରୀ ମାନେ ଡିସେମ୍ବର ମାସ […]

Samaya Live Picture
Published On

ଭୁବନେଶ୍ୱର : ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସୁନ୍ଦରଗଡ଼ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତେବେ କୌଣସି କାରଣ ପାଇଁ ବଞ୍ଚିତ ହୋଇଥିବା ଅନ୍ୟ ହିତାଧିକାରୀ ମାନେ ଡିସେମ୍ବର ମାସ ସୁଦ୍ଧା ପାଇବେ ଟଙ୍କା । କୌଣସି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Tags: