ସୁଭଦ୍ରା ଯୋଜନା ଓଡ଼ିଆ ଅସ୍ମିତାର ପରିଚୟ ହେବ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ । ଆଜି ଗାନ୍ଧୀମାର୍ଗ ଠାରେ ଏହି ସଚେତନତା ରଥ ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁଭଦ୍ରା ଯୋଜନା ଓଡ଼ିଆ ଅସ୍ମିତାର ପରିଚୟ ହେବ । ପ୍ରତି ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହା ସହାୟକ ହେବ । […]
ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ । ଆଜି ଗାନ୍ଧୀମାର୍ଗ ଠାରେ ଏହି ସଚେତନତା ରଥ ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁଭଦ୍ରା ଯୋଜନା ଓଡ଼ିଆ ଅସ୍ମିତାର ପରିଚୟ ହେବ । ପ୍ରତି ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହା ସହାୟକ ହେବ । ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ସୁଭଦ୍ରାର ମୂଳ ଲକ୍ଷ । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଏକାମ୍ର ବିଧାୟକ ବାବୁ ସିଂ,ମେୟର ସୁଲୋଚନା ଦାସ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହିତ ଅନେକ ବରିଷ୍ଠ ଅଧିକାରୀ ବି ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ଆଜିଠାରୁ ଅର୍ଥାତ ପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ରାଜ୍ୟର ବିଭିନ୍ନ ଜିଲ୍ଲା ବୁଲିବ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଳକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ। ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି । ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।




