ଆଜି ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର : ଆଜି ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି । ବ୍ରହ୍ମପୁର ଆମ୍ବପୁଆ ବିବେକ ବିହାର ପଡ଼ିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଦ୍ୱିତୀୟ କିସ୍ତିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରାୟ ୨୫ ହଜାର ମହିଳା । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଏହାପୂର୍ବରୁ ୬ ତାରିଖ ଦିନ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କୁ […]

Samaya Live Picture
Published On

ଭୁବନେଶ୍ୱର : ଆଜି ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି । ବ୍ରହ୍ମପୁର ଆମ୍ବପୁଆ ବିବେକ ବିହାର ପଡ଼ିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଦ୍ୱିତୀୟ କିସ୍ତିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରାୟ ୨୫ ହଜାର ମହିଳା । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଏହାପୂର୍ବରୁ ୬ ତାରିଖ ଦିନ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କୁ ସହାୟତା ରାଶି ଦିଆଯାଇଛି।

ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଗତ ସେପ୍‌ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଯାଏଁ ୫ଟି ପର୍ଯ୍ୟାୟରେ ୧ କୋଟି ୬୪ ହଜାର ମହିଳା ପ୍ରଥମ କିସ୍ତି ସହାୟତା ରାଶି ପାଇଛନ୍ତି । ଶନିବାର ସେମାନେ ପୁଣି ପାଇବେ ୫ ହଜାର । ଗୋଟିଏ ଦିନରେ ଏହି ୧ କୋଟି ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଯିବ ଦ୍ୱିତୀୟ କିସ୍ତି ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅପିଲ କ୍ରମେ ଶୁକ୍ରବାର ସୁଭଦ୍ରା ହିତାଧିକାରୀମାନେ ଘରର ମୁଖ୍ୟ ଦ୍ୱାରରେ ମା’ସୁଭଦ୍ରାଙ୍କ ନାଁରେ ସନ୍ଧ୍ୟାରେ ଦୀପ ଜାଳିଛନ୍ତି ।

ସୂଚନାନୁସାରେ,ଗତବର୍ଷ ଅକ୍ଟୋବର ୧୭ ତାରିଖରେ ଭୁବନେଶ୍ୱର ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ବାରିପଦା ଓ ସୁନ୍ଦରଗଡରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଓ ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଥିଲା।

Tags: