ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର :ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୨ ଟି ସେଟରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସୁଜିତଙ୍କର କାର୍ଯ୍ୟକାଳ ୨୦୨୬ ଏପ୍ରିଲ୨ ତାରିଖରେ ଶେଷ ହେବାକୁ ଥିବାବେଳେ, ଗତ ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ […]

Samaya Live Picture
Published On

ଭୁବନେଶ୍ୱର :ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୨ ଟି ସେଟରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସୁଜିତଙ୍କର କାର୍ଯ୍ୟକାଳ ୨୦୨୬ ଏପ୍ରିଲ୨ ତାରିଖରେ ଶେଷ ହେବାକୁ ଥିବାବେଳେ, ଗତ ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ । ପୂର୍ବରୁ ମମତା ମହନ୍ତ ମଧ୍ୟ ବିଜେଡି ଛାଡି ବିଜେପିକୁ ଆସିବା ପରେ ପୁଣି ତାଙ୍କୁ ଦଳ ରାଜ୍ୟସଭା ପଠାଇଥିଲା। ମମତା ମହାନ୍ତଙ୍କ ପରେ ସୁଜିତ କୁମାର ଯିବେ ରାଜ୍ୟ ସଭା । ଆଜି ବିଜେପି ସଂସଦୀୟ ବୋର୍ଡ କମିଟି ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀ ଭାବେ ସୁଜିତ କୁମାରଙ୍କ ନାଁରେ ମୋହର ମାରିଥିଲା । ଏନେଇ ଦଳର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ସୂଚନା ଦେଇଥିଲେ ।

ସୂଚନାନୁସାରେ,ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ । ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ମତଦାନ ହେବ । ରାଜ୍ୟସଭା ଉପନିର୍ବାଚନ ପାଇଁ ଡିସେମ୍ବର ୧୦ ତାରିଖ ନାମାଙ୍କନ ଭରିବାର ଶେଷ ଦିନ ହୋଇଥିବାବେଳେ ଡିସେମ୍ବର ୧୧ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ । ୧୩ ତାରିଖ ସୁଦ୍ଧା ଅନିଚ୍ଛୁକ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଡିସେମ୍ବର ୨୦ ମତଦାନ କରାଯାଇ ଫଳାଫଳ ଘୋଷଣା ହେବ ।

Tags: