ମେ ୬ରୁ ଜୁନ୍ ୧୯ ଯାଏଁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି

ଭୁବନେଶ୍ୱର : ଘୋଷଣା ହେଲା ବିଦ୍ୟାଳୟ ଗୁଡିକରେ ଗ୍ରୀଷ୍ମକାଳୀନ ଛୁଟି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ […]

ମେ ୬ରୁ ଜୁନ୍ ୧୯ ଯାଏଁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି
Samaya Live Picture
Published On

ଭୁବନେଶ୍ୱର : ଘୋଷଣା ହେଲା ବିଦ୍ୟାଳୟ ଗୁଡିକରେ ଗ୍ରୀଷ୍ମକାଳୀନ ଛୁଟି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି।

Tags: