SRC ଙ୍କ ହିଟୱେଭ ସମୀକ୍ଷା ପରେ ଖରା ଛୁଟି
ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ସତର୍କ ହୋଇଛି ଗଣଶିକ୍ଷା ବିଭାଗ । ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହୋଇଥିବାବେଳେ ଗ୍ରୀଷ୍ମ ଅବକାଶକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ବୟାନ । ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତି ନିଆଯିବ । ପିଲାଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ ଗୁରୁତ୍ତ୍ଵ ଦିଆଯାଉଛି । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ହେଉଥିବ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତି ନିଆଯିବ । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ଗରମ ଅନୁଭୂତ ହେଉଛି । ବିଚାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ଏସବୁକୁ ଦୃଷ୍ଟିରେ ରଖି ସରକାର ଗ୍ରୀଷ୍ମ ଅବକାଶ ଆଗୁଆ କରିବାକୁ ଯୋଜନା ରଖିଛନ୍ତିଥିବା ସୂଚନା ମିଳୁଛି ।
Tags:



