ଶପଥ ସମାରୋହ : ଓଡ଼ିଶାରେ ପହଁଚିଲେ ୪ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ଆଜି ଅପରାହ୍ନ ୪.୪୫ ରେ ସେ ବିଧିବଦ୍ଧ ଭାବେ ଶପଥ ନେବେ। ଶପଥ ସମାରୋହରେ ଯୋଗ ଦେବାପାଇଁ ବିଭିନ୍ନ ଅତିଥି ମାନଙ୍କୁ ନିମନ୍ତ୍ରଣ କରାଯାଇଛି I ଶପଥ ଗ୍ରହଣ ଉତ୍ସବରେ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର […]
ଭୁବନେଶ୍ୱର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ଆଜି ଅପରାହ୍ନ ୪.୪୫ ରେ ସେ ବିଧିବଦ୍ଧ ଭାବେ ଶପଥ ନେବେ। ଶପଥ ସମାରୋହରେ ଯୋଗ ଦେବାପାଇଁ ବିଭିନ୍ନ ଅତିଥି ମାନଙ୍କୁ ନିମନ୍ତ୍ରଣ କରାଯାଇଛି I ଶପଥ ଗ୍ରହଣ ଉତ୍ସବରେ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାନିକ ଶାହ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ହରିଆଣାର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ଯୋଗ ଦେବେ ।
ବର୍ତ୍ତମାନ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚିଛନ୍ତି । ସେହିପରି ଏହି ସମାରୋହରେ ଯୋଗ ଦେବାପାଇଁ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସି ପହଁଚିବେ ।
ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ଜନତା ମଇଦାନରେ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଛି। ଶପଥ ଗ୍ରହଣ ସମାରୋହରେ ଜନତା ମଇଦାନରେ ପ୍ରାୟ ୩୦ ହଜାର ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏଥିନିମନ୍ତେ ଅପରାହ୍ଣ ୨ଟାରୁ ରାତି ୭ଟା କିମ୍ୱା ଶପଥ ଗ୍ରହଣ ସମାରୋହ ସରିବା ଯାଏ ଜୟଦେବ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ ରାସ୍ତାର ଉଭୟ ପଟେ ଗାଡ଼ି ଚଳାଚଳ ଉପରେ ବାରଣ କରାଯାଇଛି। ଏହି ୫ ଘଣ୍ଟା ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହାକୁ ସଂଯୋଗ କରୁଥିବା ଗଳି ରାସ୍ତାଦେଇ କୌଣସି ପ୍ରକାରର ଯାନବାହନ ଯାତାୟତ କରିପାରିବ ନାହିଁ।




