ତାତିରୁ ମିଳିବ ଆଶ୍ବସ୍ତି ,ବେଙ୍ଗାପସାଗରରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର : ୨୪ ଘଣ୍ଟା ଭିତରେ ଲଘୁଚାପ ସମ୍ଭାବନା । ଦକ୍ଷିଣ ବଙ୍ଗୋପସାଗରରେ ଆସନ୍ତାକାଲି ସୃଷ୍ଟି ହୋଇପାରେ ଲଘୁଚାପ । ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ଓ ପଶ୍ଚିମ ଦିଗରୁ ଆସୁଥିବା ଶୁଷ୍କ ବାୟୁ ଫଳରେ ଲଘୁଚାପ ସମ୍ଭାବନା ଘନେଇଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ […]

ତାତିରୁ ମିଳିବ ଆଶ୍ବସ୍ତି ,ବେଙ୍ଗାପସାଗରରେ ଲଘୁଚାପ ସୃଷ୍ଟି
Samaya Live Picture
Published On

ଭୁବନେଶ୍ୱର : ୨୪ ଘଣ୍ଟା ଭିତରେ ଲଘୁଚାପ ସମ୍ଭାବନା । ଦକ୍ଷିଣ ବଙ୍ଗୋପସାଗରରେ ଆସନ୍ତାକାଲି ସୃଷ୍ଟି ହୋଇପାରେ ଲଘୁଚାପ । ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ଓ ପଶ୍ଚିମ ଦିଗରୁ ଆସୁଥିବା ଶୁଷ୍କ ବାୟୁ ଫଳରେ ଲଘୁଚାପ ସମ୍ଭାବନା ଘନେଇଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଲଘୁଚାପ କ୍ଷେତ୍ର ସୃଷ୍ଟିହେବ। ଫଳରେ ରାଜ୍ୟରେ କିଛି ଜିଲ୍ଲାରେ ଆଜି ପାଗ ମେଘୁଆ ରହିବ । ତେବେ ୭ ତାରିଖରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ କାଁଭାଁ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପରେ ୮ ଓ ୯ ତାରିଖରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ସହ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ବିଭାଗ।

୮ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ କେନ୍ଦୁଝର ଓ ସୁନ୍ଦରଗଡ଼ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇ ଥିବାବେଳେ ୯ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୦ତାରିଖରେ ୱାର୍ଣ୍ଣିଂ ନଥିଲେ ମଧ୍ୟ ଅଧିକାଂଶ ଜିଲ୍ଲାରେ ବର୍ଷାହେବ। ଏହି ଜିଲ୍ଲାଗୁଡ଼ିକ ହେଉଛି, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ।

ସେହିପରି ୧୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Tags: