୪୨ଡିଗ୍ରୀ ପାର କଲା ରାଜଧାନୀ ତାପମାତ୍ରା

୪୨ଡିଗ୍ରୀ ପାର କଲା ରାଜଧାନୀ ତାପମାତ୍ରା
Samaya Live News Picture
Published On

ଭୁବନେଶ୍ୱର : ପ୍ରଚଣ୍ଡ ରୌଦ୍ର ତାପରେ ଜଳୁଛି ରାଜ୍ୟ । ରେକର୍ଡ ଭାଙ୍ଗିଲା ରାଜଧାନୀର ତାତି। ତତଲା କଡେଇରେ ଭାଜି ହେଉଛନ୍ତି ଲୋକେ । ଲଗାତାର ଭାବେ ତାତି ବୃଦ୍ଧି ଯୋଗୁଁ ଦିନ ୧୦ଟା ପରେ ରାସ୍ତାଘାଟ ଖାଁ ଖାଁ ହୋଇଯାଉଛି। ତାତିକୁ ଦୃଷ୍ଟିରେ ରଖି ରାଜ୍ୟର ଏକାଧିକ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଯାଇଥିବା ବେଳେ ତାତିର ପ୍ରଭାବ ଅନ୍ୟ କ୍ଷେତ୍ରଗୁଡ଼ିକ ଉପରେ ମଧ୍ୟ ପ୍ରଭାବ ପକାଇବାରେ ଲାଗିଛି । ଆଜି ଭୁବନେଶ୍ୱରର ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି । ଦିନ ୧ଟା ୩୦ ସୁଦ୍ଧା ଏୟାରପୋର୍ଟ ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି । ପ୍ରବଳ ଖରାକୁ ନେଇ ହନ୍ତସନ୍ତ ରାଜଧାନୀବାସୀ । 

ବୁଧବାର ଦେଶର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା ଝାରସୁଗୁଡ଼ା। ଝାରସୁଗୁଡ଼ାରେ ତାପମାତ୍ରା ୪୪.୬ଡିଗ୍ରୀ ଛୁଇଁଥିଲା। ଭୁବନେଶ୍ବରରେ ବୁଧବାର ଦିନ ତାପମାତ୍ରା ୪୧.୨ ଡିଗ୍ରୀ ରହିଥିଲା। ଗତ କିଛିଦିନ ହେଲା ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଥିବା ବେଳେ ଏବେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରଚଣ୍ଡ ରୌଦ୍ରତାପ ହେଲାଣି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ; କିନ୍ତୁ ୨୬ତାରିଖରୁ ଅନେକ ସ୍ଥାନରେ ପାରଦ ୨ରୁ ୩ ଡିଗ୍ରୀ କମିପାରେ।

Tags: