ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ପାଇଁ ୪ ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଭୋଗ ମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି […]
ପୁରୀ : ଆସନ୍ତାକାଲି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଭୋଗ ମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶ୍ରାବଣ ମାସର ଚିତାଲାଗି ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ରତ୍ନ ଚିତାକୁ ଦଇତାପତିମାନେ ଏହି ଦିନ ଲଗାଇଥାନ୍ତି । ଜଗନ୍ନାଥଙ୍କୁ ଶୁଭ୍ର ହୀରା ,ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହେବ ।
ଶ୍ରୀମନ୍ଦିର ପରମ୍ପରା ଅନୁସାରେ , ସ୍ନାନପୂର୍ଣ୍ଣମୀରେ ଅତ୍ୟଧିକ ସ୍ନାନ ହେତୁ ମହାପ୍ରଭୁ ଅଣସର ପିଣ୍ଡିରେ ଜ୍ବରରେ ପୀଡିତ ହୋଇପଡିଥିବା ବେଳେ ସୁବର୍ଣ୍ଣ ଖଚିତ ଚିତାକୁ କାଢ଼ି ଦିଆଯାଇଥିଲା । ସେହି ଚିତାକୁ ଭଣ୍ଡାର ଘରେ ସୁରକ୍ଷିତ ରଖାଯାଇଥିବା ବେଳେ ଆଜି ଅମାବାସ୍ୟା ତିଥିରେ ଭଣ୍ଡାର ଘରୁ ଅଣାଯାଇ ମହାପ୍ରଭୁଙ୍କ ଶ୍ରୀମସ୍ତକରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।




