ଦିନକ ଆଗରୁ ସରିଲା ବିଧାନସଭା

ଭୁବନେଶ୍ୱର : ଦିନକ ଆଗରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ I ଚଳିତଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟ ଦିବସ ରହିଥିଲା I୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ପାରିତ ହେଲା ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଥିଲେ। ୭୭୦ଟି ତାରକା ଓ ୧୪୦୩ଟି ଅଣତାରକା ପ୍ରଶ୍ନର ଉତ୍ତର ଗୃହରେ ଉପସ୍ଥାପିତ ହୋଇଥିଲା। ଆଜି ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ହେଲା ପରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବିଧାନସଭା […]

Samaya Live Picture
Published On

ଭୁବନେଶ୍ୱର : ଦିନକ ଆଗରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ I ଚଳିତଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟ ଦିବସ ରହିଥିଲା I୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ପାରିତ ହେଲା ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଥିଲେ। ୭୭୦ଟି ତାରକା ଓ ୧୪୦୩ଟି ଅଣତାରକା ପ୍ରଶ୍ନର ଉତ୍ତର ଗୃହରେ ଉପସ୍ଥାପିତ ହୋଇଥିଲା। ଆଜି ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ହେଲା ପରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବିଧାନସଭା ଅଧିବେଶନକୁ ଆଜି ଶେଷ କରିବାକୁ ପ୍ରସ୍ତାବ ଆଗତ କରିଥିଲେ। ଯେହେତୁ ଆଉ କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ନାହିଁ, ତେଣୁ ଅଧିବେଶନକୁ ଆଜି ‌ଶେଷ କରିବାକୁ ପ୍ରସ୍ତାବ ଦେଇଥିଲେ। ଶାସକ ଦଳ ସଭ୍ୟ ଶଶୀଭୂଷଣ ବେହେରା ଓ ଅମର ଶତପଥୀ ଏହାକୁ ସମର୍ଥନ କରିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରସ୍ତାବ ସପକ୍ଷରେ କହିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Tags: