ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ,ସାମ୍ବାଦିକ ସମ୍ମିଳନୀ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ସହିତ ୪୨ ଟି ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ। ଏଥିପାଇଁ ମଇଦାନରେ ଅଛନ୍ତି ୪୬୦ ଜଣ ପ୍ରାର୍ଥୀ । ସେଥି ମଧ୍ୟରୁ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକସଭା ପ୍ରାର୍ଥୀ ରହିଛନ୍ତି। ଏହି ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି । […]

Samaya Live Picture
Published On

ଭୁବନେଶ୍ୱର : ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ସହିତ ୪୨ ଟି ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ। ଏଥିପାଇଁ ମଇଦାନରେ ଅଛନ୍ତି ୪୬୦ ଜଣ ପ୍ରାର୍ଥୀ । ସେଥି ମଧ୍ୟରୁ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକସଭା ପ୍ରାର୍ଥୀ ରହିଛନ୍ତି।

ଏହି ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି । ରାଜ୍ୟର ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ୯୯.୬୧ ଲକ୍ଷ ଭୋଟର ମତଦାନ କରିବେ । ସେଥିମଧ୍ୟରୁ ୫୦.୮୮ଲକ୍ଷ ପୁରୁଷ ଭୋଟର ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୪୮.୭୨ ଲକ୍ଷ ଏବଂ ତୃତୀୟ ଲିଙ୍ଗି ଭୋଟରଙ୍କ ସଂଖ୍ୟା ୬୦୮୭ ରହିଛି।

ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ଆଦର୍ଶ ବୁଥ୍ ରହିଥିବାବେଳେ ୧୪ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ନିର୍ବାଚନ କାର୍ଯ୍ୟରେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ।

ସିଏପିଏଫର ୧୨୫ କମ୍ପାନୀ ସୁରକ୍ଷା କାର୍ଯ୍ୟରେ ମୁତୟନ ହେବେ। ପିଡବ୍ଲୁଡି ପକ୍ଷରୁ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି। ପୋଲିଂ ବୁଥ୍‌କୁ ମୋବାଇଲ ଫୋନ୍ ନେବାକୁ ମନା କରାଯାଇଛି ବୋଲି ସେ ସୂଚନା ପ୍ରଦାନ କରିଛନ୍ତି। ଏଜେଣ୍ଟ ଓ ଭୋଟର ବୁଥ୍‌କୁ ମୋବାଇଲ ନେଇ ପାରିବେ ନାହିଁ ।

Tags: