ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା ସହିତ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ୩୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି । ସୂଚନାନୁସାରେ,ଗତ ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଏକ […]

Samaya Live Picture
Published On

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା ସହିତ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ୩୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି ।

ସୂଚନାନୁସାରେ,ଗତ ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଏକ କାନ୍ୟଯାତ୍ରୀ ମିନି ବସ ସହିତ ଓସରଟିସିର ଏକ ବସ ମୁହାଁମୁହିଁ ଧକ୍କା ହୋଇଥିଲା I ଏହି ଦୁର୍ଘଟଣାରେ କାନ୍ୟଯାତ୍ରୀଙ୍କ ୧୨ ଜଣ ସଦସ୍ୟ ପ୍ରାଣ ହରାଇଥିଲେ I ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Tags: