ବାଣ ବିସ୍ଫୋରଣର ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ପିଡୀତଙ୍କ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ I ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା […]

Samaya Live Picture
Published On

ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ପିଡୀତଙ୍କ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ I ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି I

ଏହାସହିତ ମୁଖ୍ୟମନ୍ତ୍ରୀ ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଏହି ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁସାରେ,ବୁଧବାର ରାତିରେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରୀଯାତ ଅନୁଷ୍ଠିତ ହୋଇଥିଲା I ଚାପଖେଳ ବେଳେ ପୁଷ୍କରିଣୀର ଦେବୀଘାଟରେ ଭୟଙ୍କର ବାଣ ବିସ୍ଫୋରଣ ଘଟି ୫୦ ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ I ଏମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା ଥିଲେ I ଆହତମାନଙ୍କୁ ଦୁର୍ଘଟଣା ସ୍ଥଳରୁ ଉଦ୍ଧାର କରି ପ୍ରଥମେ ପୁରୀ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ୱରର କିଛି ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା I ତେବେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ ଜଣ ଗୁରୁତର ଆହତଙ୍କ ଚିକିତ୍ସା ଜାରି ରହିଛି I

Tags: