ଓଡ଼ିଶା ଦିବସରେ କାଳିଆ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ରାଶି ଅର୍ଥ ବଣ୍ଟନ କରାଯିବ । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। […]
ଭୁବନେଶ୍ୱର : ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ରାଶି ଅର୍ଥ ବଣ୍ଟନ କରାଯିବ । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। ତେବେ ଆଗକୁ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଥିବାରୁ ଏହି ଜିଲ୍ଲାର ହିତାଧିକାରୀଙ୍କୁ ଉପନିର୍ବାଚନ ପରେ ସହାୟତା ରାଶି ପ୍ରଦାନ କରାଯିବ ।
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି I ଚାଷରେ ଆଧୁନିକ ଯନ୍ତ୍ରପାତି ଓ ମେସିନ ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ସେହିପରି ଚାଷୀମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକାରୀ କରିଛନ୍ତି I ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ପାଇଁ କାଳିଆ ଯୋଜନା ସହାୟତା ରାଶି କେତେକାଂଶରେ ଚାଷୀମାନଙ୍କୁ ଆତ୍ମନିର୍ଭର କରି ପIରିଛି।




